
୫ବର୍ଷର ଡେଙ୍ଗୁ ହଟ୍ସ୍ପଟ୍ ଅଞ୍ଚଳ ଚିହ୍ନଟ କର: ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ତତ୍ପର ହେଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ବର: ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ଆରମ୍ଭ ହୋଇଗଲାଣି। ରାଜ୍ୟର ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାକୁ ଆରମ୍ଭ କଲାଣି। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ବିଗତ ୫ବର୍ଷ ଭିତରେ ଯେଉଁ ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍ସ୍ପଟ୍ ରହିଥିଲା ତାହାକୁ କୀଟତତ୍ତ୍ବିବତ୍ଙ୍କ ଦ୍ବାରା ଅନୁଶୀଳନ କରି ମ୍ୟାପିଂ କରିବା ଓ ସର୍ବେକ୍ଷଣ ଆରମ୍ଭ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହି ମର୍ମରେ ରାଜ୍ୟ ସ୍ବାସ୍ଥ୍ୟ ସଚିବ ଶାଳିନୀ […]
